ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବାତିଲ

ଭୁବନେଶ୍ବର: ବାତିଲ ହେଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ।ସଂକ୍ରମଣ ବୃଦ୍ଧି ନେଇ ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଚଳିତ ବର୍ଷ ପାଇଁ ବାତିଲ ହୋଇଛି ମାଟ୍ରିକ ପରୀକ୍ଷା । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରେସ୍‌ମିଟ ଜରିଆରେ ଏହି ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ସ୍ଥିତିରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ତେଣୁ ଚଳିତବର୍ଷ ପାଇଁ ମାଟ୍ରିକ ପରୀକ୍ଷାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ସେହିପରି ମଦ୍ରାସା ଶିକ୍ଷାବୋର୍ଡ ଦ୍ବାରା ପରିଚାଳିତ ସମସ୍ତ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ବୋର୍ଡ ନିର୍ଦ୍ଧାରିତ ପଦ୍ଧତିରେ ରେଜଲ୍ଟ ଆସିବ । ଫଳାଫଳରେ ସନ୍ତୁଷ୍ଟ ନଥିବା ଛାତ୍ରଛାତ୍ରୀଙ୍କୁ ସ୍ଥିତି ସୁଧାର ଆସିବା ପରେ ପୁନର୍ବାର ସୁଯୋଗ ମିଳିବ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସ୍ଥିତିକୁ ଦେଖି ପୂର୍ବରୁ ମେ ୩ ତାରିଖରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ହୋଇଥିବା ପ୍ରେସ ବାର୍ତାରେ କୁହାଯାଇଥିଲା କରୋନା ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତି ନିଆଯିବ । ରାଜ୍ୟରେ ଫେବୃୟାରୀରେ ମାଟ୍ରିକ ପରୀକ୍ଷା ହେଉଥିବା ବେଳେ ଏହାକୁ ମେ ୩ ତାରିଖକୁ ଘୁଂଚା ଯାଇଥିଲା ।

Share

Leave a Reply

Your email address will not be published. Required fields are marked *

three × 5 =