ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମେଟ୍ରିକ ଅଫଲାଇନ ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ୍ ପରୀକ୍ଷା ରେଜଲ୍ଟ । ଏଥିଲାଗି ଜୋରଦାର ଉଦ୍ୟମ ଚାଲିଛି। ଚଳିତ ବର୍ଷ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ସତ୍ତ୍ୱେ ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ ଯୁକ୍ତ ୨ ନାମଲେଖା । ଅଫଲାଇନ୍ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସୁଯୋଗ ମିଳିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ଏନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ କିଛି ସମସ୍ୟା ନ ଥାଇ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହକ ପୂର୍ବରୁ ଆରମ୍ଭ ହେବ ଆଡ଼ମିଶନ ପ୍ରକ୍ରିୟା । ମାଟ୍ରିକ ଅଫଲାଇନ୍ ଖାତା ଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୦ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ । ଅଫଲାଇନ୍ ପରୀକ୍ଷା ଦେଇଥିବା କୌଣସି ପିଲା ଯେପରି ଯୁକ୍ତ୨ରେ ଆଡମିଶନ ପାଇବାରୁ ବଞ୍ଚିତ ନ ହୁଅନ୍ତି ତା’ ଉପରେ ତିକ୍ଷଣ ଦୃଷ୍ଟି ରଖିଛୁ। ଏପରିକି ଆବଶ୍ୟକ ପଡ଼ିଲେ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଗୋଟିଏ ମାସ ପାଇଁ ରଖିବାକୁ ସ୍ଥିର କରିଛୁ ବୋଲି କହିଛନ୍ତି ମନ୍ତ୍ରୀ।

Share

Leave a Reply

Your email address will not be published. Required fields are marked *

9 + three =