ମୋଦୀ-ନବୀନଙ୍କ ଆଲୋଚନା

ଭୁବନେଶ୍ବର()  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆରଟିଆଇ ବିଲକୁ ସମର୍ଥନ ଦେବା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ମାଧ୍ୟମରେ ଆଲୋଚନା କରିଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଏହା ସହ ମୋଦୀ ଏହି ପ୍ରସଙ୍ଗ ନେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ସହ ମଧ୍ୟ କଥା ହୋଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।

ପୂର୍ବରୁ ମଧ୍ୟ ରାଷ୍ଟ୍ରପତି ନିର୍ବାଚନ,ତ୍ରିପଲ ତଲାକ, ଏନଆରସି ମାମଲା, ଜିଏସଟି ପରି ପ୍ରସଙ୍ଗରେ ବିଜେଡ଼ି ଏନଡ଼ିଏକୁ ସମର୍ଥନ କରିଥିଲା । ଆରଟିଆଇ ବିଲରେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମର୍ଥନ ଲୋଡ଼ିଛନ୍ତି ।

Share

Leave a Reply

Your email address will not be published. Required fields are marked *

3 × five =