ନବୀନଙ୍କ ପ୍ରସ୍ତାବକୁ ମୋଦିଙ୍କ ମୋହର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ମେ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଦିଆଯିବା କରୋନା ଟିକା । ତୃତୀୟ ପର୍ଯ୍ୟାୟ ଟିକାକରଣରେ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା ଦିଆଯିବା ନେଇ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର । ଔଷଧ କମ୍ପାନୀ ଓ ବରିଷ୍ଠ ଡାକ୍ତରଙ୍କ ସହ ସୋମବାର ଦିନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ଏହି ନିଷ୍ପତି ନେଇଛନ୍ତି । ଦୁଇଦିନ ପୂର୍ବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏହି ପ୍ରସ୍ତାବ ଦେଇଥିଲେ।  

କରୋନା ଟିକାକରଣକୁ ଅଧିକ ଗତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି ଦିନ ତଳେ କେନ୍ଦ୍ର ସରକାରଙ୍କୁ ଟିକା ଖୋଲା ବଜାରରେ ଉପଲବ୍ଧ କରାଇବା ନେଇ ପ୍ରସ୍ତାବ ଦେଇଥିଲେ । ଯାହାକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ନବୀନଙ୍କ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି କେନ୍ଦ୍ର ସରକାର । ଟିକା ଉତ୍ପାଦନକାରୀ ୫୦ ପ୍ରତିଶତ ଟିକା କେନ୍ଦ୍ରକୁ ଦେବେ ଓ ବାକି ଟିକା ରାଜ୍ୟ ସରକାରଙ୍କୁ ଓ ଖୋଲା ବଜାରରେ ବିକ୍ରି ପାଇଁ ଉପଲବ୍ଧ ।

ଦେଶରେ କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସୋମବାର ଦିନ ଟିକାକରଣକୁ ନେଇ ଏହି ବଡ଼ ଘୋଷଣା କରିଛନ୍ତି । ଏହା ସହିତ ମେ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି । ଔଷଧ କମ୍ପାନୀ ଓ ବରିଷ୍ଠ ଡାକ୍ତରଙ୍କ ସହ ସୋମବାର ଦିନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ଏହି ନିଷ୍ପତି ନିଆଯାଇଛି । ସେପଟେ କିନ୍ତୁ ଖୋଲା ବଜାରରେ ଉପଲବ୍ଧ ହେବାକୁ ଥିବା ଟିକାର ମୂଲ୍ୟ ପରବର୍ତ୍ତୀ ପର୍ଯ୍ୟାୟରେ ସ୍ଥିର କରାଯିବା  ନେଇ ସୂଚନା ମିଳିଛି  ।

Share

Leave a Reply

Your email address will not be published. Required fields are marked *

eighteen + 1 =