୭ ଜିଲ୍ଲାରେ ପ୍ରବଳ ବର୍ଷିକ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ଜୁନ ୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ ବ୍ୟତୀତ ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବେ ସୁଦ୍ଧା ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୫.୦ଡିଗ୍ରି ଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୯.୫ଡିଗ୍ରି ସେଲସିୟସ ରହିଛି।

Share

Leave a Reply

Your email address will not be published. Required fields are marked *

eight − 8 =