୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୮ଟି ଜିଲ୍ଲାରେ ରହିଛି ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Share

Leave a Reply

Your email address will not be published. Required fields are marked *

one × 1 =