ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବହୁପ୍ରତିକ୍ଷୀତ ଆସ୍କା ସେତୁ ଉଦଘାଟିତ୍

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟରେ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ସେତୁ ନିର୍ମାଣ କରାଯିବ | ଆଜି ଆସ୍କାରେ ଏକ ଗୁରୁତ୍ବପୂର୍ଣ୍ଣ ସେତୁ ଉଦଘାଟନ ସମୟରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ଭାଙ୍ଗି ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଗମନାଗମନରେ ସୁବିଧା ଆସିବ।

ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି। ସଡକ, ସେତୁ ନିର୍ମାଣରେ ବଡ ପରିବର୍ତ୍ତନ ଆସିଛି । ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି,ରାଜ୍ୟର ଭିତ୍ତିଭୂମି ଆପଣମାନଙ୍କ ସମ୍ପତ୍ତି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଆପଣମାନେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି ।ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଁ ଧନ୍ୟବାଦ ଦେଉଛି । କିନ୍ତୁ ବିପଦ ଏବେ ବି ଯାଇନାହିଁ । କରୋନାର ଦ୍ୱିତୀୟ ଲହରର ଭୟ ରହିଛି । ତେଣୁ ସମସ୍ତଙ୍କୁ କୋଭିଡ ନିୟମ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ । ଏହାବାଦ୍ ମାସ୍କ ପିନ୍ଧିବା ଓ ହାତ ଧୋଇବା ଓ ସାମାଜିକ ଦୂରତା ରଖିବାକୁ କହିଛନ୍ତି ନବୀନ । ଏହି କାର୍ଯ୍ୟକ୍ରମରେ ଆସ୍କା ଏମ୍ ପି ଆସ୍କା ବିଧାୟକ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ପ୍ରମୁଖ ଉଦ୍ବୋଧନ ଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

9 − six =