ସେପ୍ଟେମ୍ବର ତୃତୀୟ ସପ୍ତାହରେ ଓଡିଶା ଆସିବେ ମୋଦି

ଭୁବନେଶ୍ବର: ଆସନ୍ତା ମାସ ତୃତୀୟ ସପ୍ତାହ ୨୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଓଡିଶା ଗସ୍ତରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ଏହି ସମୟରେ ଝାରସୁଗୁଡା ଓ ତାଳଚେରରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ  ଝାରସୁଗୁଡ଼ା ବିମାନବନ୍ଦରରୁ ବିମାନ ଉଡ଼ାଣର ଶୁଭାରମ୍ଭ କରିବେ । ସେହିଦିନ ତାଳଚେର ସାର କାରଖାନାର ନବୀକରଣ କାର୍ଯ୍ୟ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।  ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସରକାରୀ ହୋଇଥିଲେ ମଧ୍ୟ ଦୁଇଟି ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଯୋଗଦାନ କରିବାରେ ରହିଛି  । କଟକରେ ମୋଦିଙ୍କ ସମାବେଶ ପରେ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତକୁ ନେଇ ଉତ୍ସାହିତ ରାଜ୍ୟ ବିଜେପି  ।

Share

Leave a Reply

Your email address will not be published. Required fields are marked *

eight + 7 =