ଶ୍ରୀମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟର ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ପୁରୀ() ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ କରିଡରର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିଛନ୍ତି । କରୋନା କଟକଣା ପରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ହୋଇଛି । ଉନ୍ନତିକରଣ କାର୍ଯ୍ୟ କେମିଛି ଚାଲିଛି ତାହା ସମିକ୍ଷା କରିବା ପାଇଁ ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ପାଇଁ ପୋଲିସ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଡଗ ସ୍କ୍ୱାଡ, ବମ ସ୍କ୍ୱାଡ ଦ୍ୱାରା ତନ୍ନ ତନ୍ନ କରି ଯାଞ୍ଚ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଅଖିଳେଶ୍ଵର ସିଂ ଏବଂ ଉପଜିଲ୍ଲାପାଳ ଭବତାରଣ ସାହୁ ଶ୍ରୀମନ୍ଦିର ଚାରିପାଖ ବୁଲି ସମୀକ୍ଷା କରିବା ସହ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ ।

Share

Leave a Reply

Your email address will not be published. Required fields are marked *

14 + 4 =