ମୋଦୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର() ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି । କୋଭିଡ ସ୍ଥିତିରେ ଜାତୀୟ ସ୍ତରରେ ଗାଇଡଲାଇନ ପାଇଁ କହିଛନ୍ତି । ବୋର୍ଡ ପରୀକ୍ଷା ପାଇଁ ଟାଇମ ଫ୍ରେମ ପ୍ରସ୍ତୁତ କରିବାକୁ ସେ ଲେଖିଛନ୍ତି । ଏହା ଦ୍ୱାରା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ୱନ୍ଦ୍ୱ ଦୂର ହୋଇପାରିବ । ସବୁ ଉଚ୍ଚତମ ଶିକ୍ଷା ଇଣ୍ଟରଲିଙ୍କ ଥିବାରୁ ଜାତୀୟ ଗାଇଡଲାଇନ୍ ହେବା ଜରୁରୀ । ୨୦୨୦-୨୧ ବୋର୍ଡ ଓ ଏଚଏସଇ ପରୀକ୍ଷା ନେଇ କେନ୍ଦ୍ର ସ୍ୱଷ୍ଟ କରୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠିରେ ଉଲ୍ଲେଖ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

one × 4 =