କେବଳ କୋଭିଡ ନେଗେଟିଭ ସେବାୟତଙ୍କ ଦ୍ୱାରା ବାହୁଡା ଯାତ୍ରା

ଭୁବନେଶ୍ୱର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ ଆଦି ଯାତ୍ରା କାର୍ଯ୍ୟକ୍ରମର ସୁପରିଚାଳନା ବିଷୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ।

ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶାବଳୀକୁ ପାଳନ କରି ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ସୂଚାରୁରୂପେ ସମ୍ପାଦିତ ହେଲା, ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବାୟତ, ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ, ସ୍ୱାସ୍ଥ୍ୟ ବିଭାଗ ବିଶେଷ କରି ପୁରୀର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆଗାମୀ ବାହୁଡା ଓ ସୁନାବେଶ ସମୟରେ ମଧ୍ୟ ସେଭଳି ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

ବାହୁଡା, ସୁନାବେଶ ଆଦି ନୀତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ଠିକ ସମୟରେ କରିବା ସହିତ କେବଳ କୋଭିଡ ନେଗେଟିଭ ଥିବା ସେବାୟତମାନଙ୍କୁ ନେଇ ନୀତି ସମ୍ପାଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି ପୁରୀ ସହରରେ କୋଭିଡ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହିତ କୋଭିଡ ସଭେର୍ କାର୍ଯ୍ୟକୁ ମଧ୍ୟ ଅାହୁରି ବ୍ୟାପକ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାସହିତ କୋଭିଡ ପରୀକ୍ଷା ମଧ୍ୟ ବୃଦଧି କରିବା ପାଇଁ ନିଦେ୍ର୍ଦଶ ଦେଇଛନ୍ତି ।

ବାହୁଡା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ କାର୍ଯ୍ୟକ୍ରମକୁ ଜନସାଧାରଣ ଯେପରି ଘରେ ବସି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗର ତତ୍ତ୍ୱାବଧାନରେ ବିଭିନ୍ନ ଚ୍ୟାନେଲରେ ସିଧା ପ୍ରସାରଣ ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ ପରେ ସାରା ବିଶ୍ୱ ଆମ ଉପରେ ନଜର ରଖିଛି । ତେଣୁ କୋଭିଡ ୧୯ ନିଦେ୍ର୍ଦଶାବଳୀ ଏବଂ ଲକଡାଉନ ନିୟମାବଳୀକୁ ଠିକ ଭାବେ ପାଳନ କରିବା ପାଇଁ ସବୋର୍ତ୍ତମ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

7 + three =