ଶିଳ୍ପୀଗୁରୁ ରଘୁନାଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ମହାପାତ୍ର ତାଙ୍କ ନିହାଣ ମୂନରେ ଓଡ଼ିଶାର ମହାନ କଳା ପରମ୍ପରା କୁ ବିଶ୍ବବ୍ୟାପୀ କରିଥିଲେ ।ଓଡ଼ିଶାର କଳା ଓ ଐତିହ୍ୟ କୁ ସମୃଦ୍ଧ କରିବାରେ ତାଙ୍କର ମହନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ସେ ଥିଲେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ ।

ସାରା ଦେଶରେ ବହୁସ୍ଥାନରେ ଜଗନ୍ନାଥ ମନ୍ଦିର ନିର୍ମାଣରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଥିଲା । ପୁରୀ ଶ୍ରୀ ମନ୍ଦିର ମରାମତି ରେ ମଧ୍ୟ ସେ ସହଯୋଗ କରିଥିଲେ ।ଗଞ୍ଜାମ ତାରାତାରିଣୀ ମନ୍ଦିର ପୁନନିର୍ମାଣରେ ସେ ତାଙ୍କର ଅତୁଳନୀୟ କାରିଗରୀ ଦଷତା ପ୍ରଦର୍ଶନ କରିଯାଇଛନ୍ତି । ବାସ୍ତବରେ ସେ ଥିଲେ କଳାଜଗତର ଏକ ବିସ୍ମୟ କର ପ୍ରତିଭା ।ତାଙ୍କ ବିୟୋଗରେ ଭାରତର କଳା ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ପରଲୋକ ଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।ସ୍ବର୍ଗତ ରଘନାଥ ମହାପାତ୍ର ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱର୍ଗତ ମହାପାତ୍ରଙ୍କ ନିଧନରେ ଓଡ଼ିଶାରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହେଲା ବୋଲି ସେ କହିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ଥିଲା ନିବିଡ଼ । ଜଣେ ଲବ୍ଧ ପ୍ରତିଷ୍ଠିତ ଶିଳ୍ପୀ ଭାବେ ପରିଚିତ ସ୍ୱର୍ଗତ ମହାପାତ୍ର ପଥରରେ ନିଖୁଣ କାରୁକାର୍ଯ୍ୟ ମାଧ୍ୟମରେ ଓଡ଼ିଶାର ଉତ୍କୃଷ୍ଟ କଳା ଓ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଗୌରବାନ୍ୱିତ କରିଥିଲେ । ତାଙ୍କ ନିଧନରେ ଓଡ଼ିଶାରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହେଲା । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ସଦସ୍ୟଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।

Share

Leave a Reply

Your email address will not be published. Required fields are marked *

19 − 7 =