ଟିଟିଲାଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ଼ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ସୁନ୍ଦରଗଡ଼ ପରେ ଟିଟିଲାଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ବଲାଙ୍ଗୀରର ସାଢେ ୪ ଲକ୍ଷ ପରିବାରକୁ ଏହି ସ୍ମାର୍ଟ କାର୍ଡ ଦିଆଯିବ । ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ଆଗକୁ ଚିକିତ୍ସା ପାଇଁ ଭିନ୍ନ ଭିନ୍ନ କାଗଜପତ୍ରର ଆବଶ୍ୟକତା ପଡିବନି। କେବଳ ସ୍ମାର୍ଟ କାର୍ଡ ଦେଖାଇଲେ ହିତାଧିକାରୀ ଚିକିତ୍ସା ସୁବିଧା ପାଇପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ଏହି ସ୍ମାର୍ଟ କାର୍ଡର ହିତାଧିକାରୀ । ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

sixteen − 3 =