ସାରା ବିଶ୍ବକୁ ନବୀନ ଦେଲେ ବିପର୍ଯ୍ୟୟ ମୁକାବିଲାର ସୂତ୍ର

ଭୁବନେଶ୍ୱର () ସାରା ବିଶ୍ୱ ଦେଖିଲା ନବୀନଙ୍କ ଶାସନତନ୍ତ୍ରର ଝଲକ । ନ୍ୟାସନାଲ୍ ଜିଓଗ୍ରାଫିକ ଚ୍ୟାନେଲରେ ପ୍ରଳୟଙ୍କରୀ ବାତ୍ୟା ‘ଫୋନି’ ମୁକାବିଲାର ସଫଳ ସୂତ୍ର ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବାତ୍ୟା ଫୋନି ମାଡି ଆସୁଥିବା ବେଳେ ରାଜ୍ୟ ସରକାର କିଭଳି ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରିଥିଲେ ତାହା ଦେଖିବାକୁ ମିଳିଛି । ଫୋନିର ସଫଳ ମୁକାବିଲା ପାଇଁ ରାଜ୍ୟ ସରକାର କିଭଳି ଦିନରାତି ଏକ କରି ଦେଇଥିଲେ ତାହା ଏହି ସୋ’ରେ ଦେଖିଛନ୍ତି ବିଶ୍ୱବାସୀ ।

ପ୍ରଳୟଙ୍କରୀ ବାତ୍ୟା ଫୋନିର ସଫଳ ମୁକାବିଲାକୁ ନେଇ ସୁଟିଂ ହୋଇଥିବା ଏହି ସୋ’ର ନାଁ ରହିଛି MEGA CYCLONE FANI : ‘RESCUING A MILLION’ ।

ନବୀନ ନିବାସରେ ଏହାର ଅଧିକାଂଶ ଭାଗ ସୁଟିଂ ହୋଇଥିବା ବେଳେ ଆଉ କିଛି ଭାଗ ବାତ୍ୟା ପ୍ରପୀଡିତ ଅଞ୍ଚଳରେ ସୁଟିଂ କରାଯାଇଛି । ଏହାପୂର୍ବରୁ ବାତ୍ୟା ଫୋନିର ସଫଳ ମୁକାବିଲା ପାଇଁ ନବୀନଙ୍କୁ ଅର୍ନ୍ତଜାତୀୟ ଗଣମାଧ୍ୟମ ସହ ଜାତିସଂଘରୁ ମଧ୍ୟ ପ୍ରଂଶସା ମିଳିଥିଲା । ତେବେ ଫୋନି ସମୟରେ ରେସ୍କ୍ୟୁ ଅପରେସନ କିଭଳି ଥିଲା ତାହା ଏହି କାର୍ୟ୍ୟକ୍ରମ ମାଧ୍ୟମରେ ଦେଖିଛି ପୂରା ବିଶ୍ୱ ।

ନବୀନ ନିବାସରେ ଏହାର ଅଧିକାଂଶ ଭାଗ ସୁଟିଂ ହୋଇଥିବା ବେଳେ ଆଉ କିଛି ଭାଗ ବାତ୍ୟା ପ୍ରପୀଡିତ ଅଞ୍ଚଳରେ ସୁଟିଂ କରାଯାଇଛି । ଏହାପୂର୍ବରୁ ବାତ୍ୟା ଫୋନିର ସଫଳ ମୁକାବିଲା ପାଇଁ ନବୀନଙ୍କୁ ଅର୍ନ୍ତଜାତୀୟ ଗଣମାଧ୍ୟମ ସହ ଜାତିସଂଘରୁ ମଧ୍ୟ ପ୍ରଂଶସା ମିଳିଥିଲା । ତେବେ ଫୋନି ସମୟରେ ରେସ୍କ୍ୟୁ ଅପରେସନ କିଭଳି ଥିଲା ତାହା ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଖିଛି ପୂରା ବିଶ୍ୱ ।

Share

Leave a Reply

Your email address will not be published. Required fields are marked *

five × 2 =