ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ସହିତ ୧୧୪ କୋଟି ଟଙ୍କାର ୨୭ଟି ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକ ସେବା ଭବନରେ ଭିଡିଓ କନଫରେନସିଂ ଜରିଆରେ ବୌଦ୍ଧ ଜିଲ୍ଲା ମହୋତ୍ସବ ଉଦଘାଟନ କରିଛନ୍ତି । ଏହି ମହୋତ୍ସବ ଜିଲ୍ଲା ତଥା ରାଜ୍ୟରେ କଳାରେ ପ୍ରସାରରେ ସଫଳ ହେବା ସହିତ କଳାକାର ମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ନୂଆ ବର୍ଷ ଅବସରରେ ଜିଲ୍ଲାବାସୀ ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲା ପାଇଁ ୨୭ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ସମସ୍ତ ପ୍ରକଳ୍ପର ମୂଲ୍ୟ ୧୧୪ କୋଟି ଟଙ୍କା ।

ମୁଖ୍ୟମନ୍ତ୍ରୀ ଆରମ୍ଭ କରିଥିବା ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ରହିଛି ବୌଦ୍ଧ ସହରର ପାନୀୟ ଜଳ ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ପାଇଁ ୬୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାମ ଠିକ ସମୟରେ ଶେଷ ହେବା ସହିତ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗଇ ଦିଆଯିବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପଂଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ,କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

fourteen + 15 =