ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆବାସ ଯୋଜନାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି କ୍ଷତିଗ୍ରସ୍ତଙ୍କ ପାଇଁ ୮.୧୭ ଲକ୍ଷ ଘର ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଫନି ଅଣପ୍ରଭାବିତ ବାକି ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ଘର ପାଇଁ ନିବେଦନ କରିଛନ୍ତି । ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ପକ୍ଷରୁ ଆବାସ ପ୍ଲସ ୱିଣ୍ଡୋ ଖୋଲାଯାଇଛି । ଫନି ପ୍ରଭାବିତ ୧୪ ଜିଲ୍ଲା ପାଇଁ ମାସକ ନିମନ୍ତେ ୱିଣ୍ଡୋ ଖୋଲାଯାଇଥିବା ଦର୍ଶାଯାଇଛି । ଫନି ଅଣପ୍ରଭାବିତ ୧୬ ଜିଲ୍ଲା ପାଇଁ ୱିଣ୍ଡୋ ଖୋଲିନଥିବାରୁ ସୁଫଳ ମିଳୁନି । ଘର ପାଇନଥିବା ଯୋଗ୍ୟ ହିତାଧିକାରୀଙ୍କ ରାଜ୍ୟ ରାଜ୍ୟ କରିଥିବା କୁହାଯାଇଛି । ଆବାସ ପ୍ଲସ ଭଳି ରାଜ୍ୟ ପ୍ରସ୍ତୁତ କରିଥିବା ପୋଟାଲ ଦ୍ୱାରା ଚୟନ କରାଯାଇଛି । ଏଭଳି ସ୍ଥିତିରେ ସାରା ରାଜ୍ୟ ପାଇଁ ଆବାସ ପ୍ଲସ ୱିଣ୍ଡୋ ଖୋଲିବାକୁ ଦାବି ଜଣାଯାଇଛି ।

Share

Leave a Reply

Your email address will not be published. Required fields are marked *

13 + 2 =