ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜୁ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସହିଦ ସ୍ମୃତିଭବନ ପରିସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି।
ମୟୂରଭଞ୍ଜ ଜିଲ୍ଲାରେ ୬ଲକ୍ଷ ହିତାଧିକାରୀ ବିଏସକେୱାଇ ସ୍ମାର୍ଟକାର୍ଡର ଲାଭ ପାଇବେ। ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିବାର କାର୍ୟ୍ୟକ୍ରମ କରିଛନ୍ତି ମୁଖ୍ୟମନ୍ତ୍ରୀ। ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶାର ଲକ୍ଷ୍ୟ ରଖି ଅଗଷ୍ଟ ୧୫ ତାରିଖରୁ ଏହି ଡିଜିଟାଲ କାର୍ଡର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ବିଜୁ ସ୍ୱାସ୍ଥ୍ୟ କାର୍ଡରେ ମହିଳାମାନେ ୧୦ଲକ୍ଷ ଓ ପୁରୁଷମାନେ ୫ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ସହାୟତା ପାଇବେ। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ।

Share

Leave a Reply

Your email address will not be published. Required fields are marked *

four + 12 =