ପ୍ରିୟଙ୍କାଙ୍କ ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର()  ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ପ୍ରିୟଙ୍କାଙ୍କ ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା । ସୂରଜ ଯୋଜନାରେ ପରିବାରକୁ ମିଳିବ ସହାୟତା । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରିୟଙ୍କାରାଣୀଙ୍କ ପରିବାରକୁ ‘ସୂରଜ ଯୋଜନା’ରେ ସମ୍ମାନିତ କରାଯିବ। ଏହାଛଡ଼ା ଭୁବନେଶ୍ୱରର ଆପୋଲୋ ହସ୍ପିଟାଲ୍ରେ ଚିକିତ୍ସାଧୀନା ଥିବା ଦିବଂଗତ ପ୍ରିୟଙ୍କା ପାତ୍ରଙ୍କ ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ତୁଲାଇବେ।

ଦୁର୍ଘଟଣାରେ ଶିକାର ହୋଇ ପ୍ରିୟଙ୍କାଙ୍କ ମୃତ୍ୟୁ ହୋଇଥିଲା । ତାଙ୍କର ୫ ବର୍ଷର ଝିଅ ଏବେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ତାଙ୍କର ୫ ବର୍ଷର କୁନି ଝିଅ ଏବେ ଜୀବନ ସହ ସଂଘର୍ଷ କରୁଛନ୍ତି ।

Share

Leave a Reply

Your email address will not be published. Required fields are marked *

nine − 8 =