ଜନତା କର୍ଫ୍ୟୁକୁ ନବୀନଙ୍କ ସମର୍ଥନ

ଭୁବନେଶ୍ୱର() ମାର୍ଚ୍ଚ ୨୨(ରବିବାର)ରେ ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ କରିଛନ୍ତି।

କୋଭିଡ-୧୯ ସମଗ୍ର ମାନବଜାତି ଲାଗି ଏକ ଆହ୍ବାନ। ଏହି ପରିପ୍ରେକ୍ଷୀରେ ସଚେତନତା ସୃଷ୍ଟି ପାଇଁ ରବିବାର ସମସ୍ତେ ଘରେ ରୁହନ୍ତୁ। ଏଥିରେ ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ସୂଚନା ଦେଇ କହିଛନ୍ତି।

ଜନତା କର୍ଫ୍ୟୁ ଅର୍ଥ ଜନସାଧାରଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିଜ ଉପରେ ଲଗାଯାଇଥିବା କର୍ଫ୍ୟୁ। ଏଣୁ ଆସନ୍ତା ରବିବାର ସକାଳ ୭ଟାରୁ ୯ଟା ପର୍ୟ୍ୟନ୍ତ ଲୋକେ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

Share

Leave a Reply

Your email address will not be published. Required fields are marked *

twenty − 15 =