ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅପରେସନ ଗଜରାଜରେ ପ୍ରାଣ ହରାଇଥିବା ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କ ମୃତ୍ୟୁ ଖବର ପାଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଶୋକ ପ୍ରକାଶ କରିଥିବା ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କି, ଓଡ୍ରାଫର ବୀର ଯବାନ ସୀତାରାମ ମୁର୍ମୁଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ନିଷ୍ଠା ଓ କାର୍ୟ୍ୟ ପ୍ରତି ସମର୍ପିତ ମନୋଭାବ ସମସ୍ତଙ୍କ ପାଇଁ ଉଦାହରଣ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Share

Leave a Reply

Your email address will not be published. Required fields are marked *

three × four =