ପିପିଲିବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ । ପିପିଲିବାସୀଙ୍କ ଭଲ ପାଇବା ଭୋଟରେ କନଭର୍ଟ ହୋଇଛି । ତେବେ ରୁଦ୍ରଙ୍କ ବିଜୟ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପିପିଲିବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନିଜ ସୋସିଆଲ ମିଡିଆ ସାଇଟ୍ ଟ୍ୱିଟରରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କି,ବିଧାନସଭା ଉପ ନିର୍ବାଚନରେ @bjd_odisha ର ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କୁ ବିପୁଳ ଜନସମର୍ଥନ ଦେଇଥିବାରୁ ପିପିଲିବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏଥିସହ ଦଳର ସମସ୍ତ କର୍ମୀ ଓ ନେତୃବୃନ୍ଦଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳ ଆପଣମାନଙ୍କର ଦଳ। ଆପଣମାନଙ୍କ ସେବାରେ ଆମେ ସର୍ବଦା ସମର୍ପିତ। #BJDWinsHearts

Share

Leave a Reply

Your email address will not be published. Required fields are marked *

nineteen − 4 =