ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀ । ବିନାୟକ ଆଚାର୍ଯ୍ୟ ଜଣେ ସ୍ୱାଧିନତା ସଂଗ୍ରାମୀ ଥିଲେ । ଓଡ଼ିଶା ଲାଗି ତାଙ୍କର ବଳିଦାନ ସବୁଦିନ ଲାଗି ଚିରସ୍ମରଣୀୟ । ତେବେ ଏହି ମହାପୁରୁଷଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଣେ ଶିକ୍ଷକ, ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ବିନାୟକ ଆଚାର୍ୟ୍ୟଙ୍କ ଜୀବନ ଆଦର୍ଶ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ପ୍ରଗତି ସହ ଲୋକଙ୍କ କଲ୍ୟାଣ ଦିଗରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

four × one =