ପୂର୍ବତନ ବିଧାୟକ ଉମେଶ ସ୍ୱାଇଁ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ତାଙ୍କ ନିସ୍ୱାର୍ଥପୁର ସେବା ଓ ଜନକଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉମେଶଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ସେହିଭଳି ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତରେ  ଶୋକ ବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି ସହ ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି ପ୍ରଣବ ପ୍ରକାଶ ଦାସ ।

Share

Leave a Reply

Your email address will not be published. Required fields are marked *

14 − 6 =