ଆରମ୍ଭ ହେଲା ଏସଆଇଟି ତଦନ୍ତ

ନୟାଗଡ଼()  ନୟାଗଡ଼ ଜିଲ୍ଲାର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଏସଆଇଟି ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାଟି ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ହୋଇଥିବାରୁ ପରୀର ପରିବାରକୁ ଉପଯୁକ୍ତ ନ୍ୟାୟ ମିଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏସଆଇଟି ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଘଟଣାର ତଦନ୍ତ ପାଇଁ ଆଇପିଏସ ଅଫିସର ଅରୁଣ ବୋଥ୍ରାଙ୍କୁ ଏସଆଇଟି ମୁଖ୍ୟ ଭାବେ ଦାୟିତ୍ୱ ଦିଆଯାଇଥିଲା । ଖୁବଶୀଘ୍ର ଶ୍ରୀ ବୋଥ୍ରା ନୟାଗଡ଼ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ସେ ପରୀର ଗାଁ ଯଦୁପୁର ଯାଇ ଏହି ଘଟଣାର ତଦନ୍ତ କରିବେ ବୋଲି ଜଣାଯାଇଛି ।

Share

Leave a Reply

Your email address will not be published. Required fields are marked *

13 − twelve =