୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ କରୋନାର ପ୍ରକୋପ ଧୀରେଧୀର କମୁଥିବାରୁ ସରକାର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ଦେଉଛନ୍ତି । ଜଣାପଡ଼ିଛି ଯେ, ପୂର୍ବରୁ ବନ୍ଦ ରହିଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଆସନ୍ତା ୯ ତାରିଖରୁ ଖୋଲାଯିବ । ତେବେ କୋଭିଡ୍ ଗାଇଡଲାଇନ୍ ସହ ଏହା କେବଳ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ । ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

15 − 2 =