ବଲାଙ୍ଗୀରର ପୂର୍ବତନ ସାଂସଦ ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ବଲାଙ୍ଗିର ପୂର୍ବତନ ଲୋକସଭା ସାଂସଦ ବରିଷ୍ଠ ଜନନେତା ନିତ୍ୟାନନ୍ଦ ମିଶ୍ରଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ଆର୍ମି ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ନିତ୍ୟାନନ୍ଦ ମିଶ୍ରଙ୍କର ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶା କଂଗ୍ରେସ କମିଟିର ସଭାପତି ନୀରଞ୍ଜନ ପଟ୍ଟନାୟକ ।

ସୂଚନା ଅନୁସାରେ, ମିଶ୍ର ନିମୋନିଆରେ ଆକ୍ରାନ୍ତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିଲା । ସ୍ୱର୍ଗତ ମିଶ୍ର ବଲାଙ୍ଗୀର ଜିଲ୍ଲାର କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ବେଶ୍ ପରିଚିତ ଥିଲେ । ୧୯୭୮ରୁ ୮୧ ମସିହା ଯାଏ ସେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଥିଲେ । ୧୯୮୦ ମସିହାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।

Share

Leave a Reply

Your email address will not be published. Required fields are marked *

four × five =