କିଟ୍ ଖରାପ ଯୋଗୁଁ ରିପୋର୍ଟ ପଜିଟିଭ୍

ସମ୍ବଲପୁର: ବୁର୍ଲା ଭିସୁଟର ଛାତ୍ରଛାତ୍ରୀଙ୍କୁ ହୋଇନାହିଁ କରୋନା । କିଟ୍ ଖରାପ ଯୋଗୁଁ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ଆଣ୍ଟିଜେନ କିଟ୍ ଖରାପ ଥିବାରୁ ଏଭଳି ରିପୋର୍ଟ ଆସିଥିବା ବେଳେ ଆରଟି-ପିସିଆର ଟେଷ୍ଟରେ ସମସ୍ତ ଛାତ୍ରଛାତ୍ରୀଙ୍କ ରିପୋର୍ଟ ନେଗେଟିଭ ଆସିଛି ।ସେ କହିଛନ୍ତି, ପ୍ରଥମେ ଭିସୁଟରେ କିଛି ଛାତ୍ରଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ସେଥିରେ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। କିନ୍ତୁ ପରେ ଆରଟିପିସିଆର୍ ଟେଷ୍ଟରେ ସମ୍ପୃକ୍ତ ଛାତ୍ରଙ୍କ ରିପୋର୍ଟ ପଜିଟିଭ ଆସିନାହିଁ। ପୂର୍ବରୁ ଟେଷ୍ଟ କରାଯାଇଥିବା କିଟ୍ ଖରାପ ଯୋଗୁଁ ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି।

ଏହାପୂର୍ବରୁ ବୁର୍ଲା ଭିସୁଟର ୨୫ ଜଣ ହଷ୍ଟେଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇଥିବା ନେଇ ଖବର ସାମ୍ନାକୁ ଆସିଥିଲା । ଯାହାକୁ ଦୃଷ୍ଟିରେ ରଖି ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟଜୋନ୍ କରାଯିବା ସହ ଆଖପାଖ ଅଞ୍ଚଳକୁ ବନ୍ଦ ରଖାଯାଇଥିଲା । ଏହି ଘଟଣା ପରେ ଛାତ୍ରଛାତ୍ରୀଙ୍କ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖିଥିଲେ ଭିସୁଟ୍ କର୍ତ୍ତୃପକ୍ଷ । ଏହାପରେ ଭିସୁଟ୍‌ର ୧୧ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରାଯାଇଥିଲା। ‘ପୁଲହ’ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ‘ବଫର୍ ଜୋନ୍’ ଘୋଷଣା କରାଯାଇଥିଲା। ସମସ୍ତ ଅଫଲାଇନ୍‌ କ୍ଲାସକୁ ଅନଲାଇନ୍‌ କରିବାକୁ କୁଳପତି ଘୋଷଣା କରିଥିଲେ।

Share

Leave a Reply

Your email address will not be published. Required fields are marked *

9 + one =