ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧାମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାଵ ଆଗତ ହୋଇଛି। ଭିସି ଜରିଆରେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, କାର୍ତ୍ତିକ ତରାଇ, ଓ ଅନ୍ୟ ଦିବଙ୍ଗତ ନେତାଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏହାକୁ ସମର୍ଥନ କରିଛନ୍ତି। ତେବେ ଏମ୍ସର ଅତିଥି ଭବନରୁ ବିରୋଧୀ ଦଳ ନେତା ଭିସି ଯୋଗେ ଯୋଡି ହୋଇଛନ୍ତି।
କୋଭିଡ୍ କଟକଣା ମଧ୍ୟରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଚଳିତ ଅଧିବେଶନ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସ୍ୱଳ୍ପକାଳୀନ ଅଧିବେଶନ ମଧ୍ୟରେ ୮ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୧୨ଟି ବିଲ୍ ଆଗତ ହେବ ।

Share

Leave a Reply

Your email address will not be published. Required fields are marked *

5 × two =