୧୫ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବନେଟରେ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି । ଏଥିରେ  ଓଡ଼ିଶା ଷ୍ଟେଟ୍ ୱାଇଡ୍ ଏରିଆ ନେଟୱର୍କ (ଓସ୍‌ୱାନ୍‌) ମଧ୍ୟ ସାମିଲ ରହିଛି । ଏହି ପ୍ରକଳ୍ପରେ ୩୩୨ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପ୍ରକଳ୍ପ ରାଜ୍ୟରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ଭିତ୍ତିଭୂମି ବଢ଼ାଇବ ।

ରାଜ୍ୟ କ୍ୟାବିନେଟ୍‌ରେ ସିଇଟିକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ସ୍ଥିର ହୋଇଛି । ସେହିପରି ଡୁଡୁକା-ଗୋପାଳପୁର-ଟୋପାରିଆ ରାସ୍ତାର ପ୍ରସସ୍ତୀକରଣକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛି । ୨ ଲେନ୍ ବିଶିଷ୍ଟ ଏହି ପ୍ରସସ୍ତୀକରଣ କାମରେ ୧୦୨.୬୫ କୋଟି ଟଙ୍କା ଖର୍ଚ୍ଚ ହେବ ।

ସଂରକ୍ଷିତ ଖଣିରୁ ଆସିବାକୁ ଥିବା ଖଣ୍ଡାଲାଇଟ ପଥ ଉପରୁ ରୟାଲଟି ଛାଡ଼ ହେବ । ଖଣ୍ଡାଲାଇଟ୍ ପଥର ଅବଢ଼ା ଯୋଜନା ଓ ଅନ୍ୟ ଐତିହ୍ୟସ୍ଥଳ ବିକାଶରେ ଲାଗିବ । ରାଜ୍ୟ ସରକାର ମେଗା ପାଇପ୍ ପାଣି ଯୋଗାଣ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ସୁନ୍ଦରଗଡ଼, କେନ୍ଦୁଝର ଓ କଟକରେ ଏହି ପ୍ରକଳ୍ପ କାମ କରିବ ।

Share

Leave a Reply

Your email address will not be published. Required fields are marked *

sixteen + fourteen =