କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପରେ ମୁଖ୍ୟମନ୍ତ୍ରୀ ନେଲେ କରୋନା ଟିକା |ଆଜି କରୋନା ଟିକା ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ କୋଭାକ୍ସିନ ଟିକା ନେଇଛନ୍ତି । ତେବେ ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ଦେବା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା ନେଇଥିବା ଜଣାପଡିଛି । ତେବେ ମୁଖ୍ୟମନ୍ତ୍ରୀ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ପରେ ସେ ଦ୍ୱିତୀୟ ଡୋଜ୍ ନେବେ ବୋଲି ଜଣାପଡିଛି ।

ଆଜିଠୁ ସାରାଦେଶରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣଜାରି ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋମବାର ଦିନ କରୋନା ଟିକା ନେଇଛନ୍ତି । ପ୍ରଧାନମନ୍ତ୍ରୀ କୋଭାକ୍ସିନ୍ ଟିକା ନେଇଥିବା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି । ୧୦ ହଜାର ସରକାରୀ କେନ୍ଦ୍ର ଓ ୨୦ ହଜାର ଘରୋଇ ହସପିଟାଲରେ ଟିକା ପ୍ରଦାନ କରାଯିବା ନେଇ ନିଷ୍ପତି ନେଇଛି ସ୍ବାସ୍ଥ୍ୟ ବିଭାଗ । ଏହି ପର୍ଯ୍ୟାୟରେ ବୟସ୍କ ଓ ଗୁରୁତର ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ପ୍ରାଥମିକତା ଆଧାରରେ ଟିକା ପ୍ରଦାନ କରାଯିବ ।

Share

Leave a Reply

Your email address will not be published. Required fields are marked *

3 × 2 =