ଭାରତ ବନ୍ଦ ଡାକରାକୁ ସମର୍ଥନ ଜଣାଇଲା ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: ଆସନ୍ତାକାଲିର ଭାରତ ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ସମର୍ଥନ | ବିଭିନ୍ନ ଚାଷୀ ଓ ଶ୍ରମିକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାର ସମର୍ଥନରେ ବାହାରିଛି ରାଜ୍ୟ କଂଗ୍ରେସ । ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଭାରତ ବନ୍ଦକୁ କଂଗ୍ରେସର ସମର୍ଥନ ଥିବା ଦର୍ଶାଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

ପିସିସି ସଭାପତି କହିଛନ୍ତି ଯେ, କେନ୍ଦ୍ର ବିଜେପି ସରକାରଙ୍କ କୃଷି ମାରଣ ନୀତି ଯୋଗୁଁ ଦେଶରେ ଚାଷୀମାନଙ୍କର ଜୀବନ ଜୀବିକା ଦୁର୍ବିସହ ହୋଇପଡିଛି । କୃଷକମାନେ ଆମର ଅନ୍ନଦାତା ଓ ଅର୍ଥନୀତିର ମେରୁଦଣ୍ଡ । କୃଷକ ଭାଇଭଉଣୀମାନେ କୃଷି ଆଇନକୁ ବିରୋଧ କରିବା ସଂପୂର୍ଣ୍ଣ ଯଥାର୍ଥ ଓ ଯୁକ୍ତିସଂଗତ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଦୀର୍ଘ ଦିନ ଧରି କଳା କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଆନେ୍ଦାଳନ, ଧର୍ମଘଟ ଜାରି ରହିଥିଲେ ମଧ୍ୟ କେନ୍ଦ୍ର ସରକାର ସେଥିପ୍ରତି ଦୃଷ୍ଟି ନଦେବା ଅତ୍ୟନ୍ତ ଦୁଃଖର ବିଷୟ । ସେଥିପାଇଁ କୃଷକ ସଂଗଠନଗୁଡିକ ପକ୍ଷରୁ ଆସନ୍ତା ତା ୨୬.୦୩.୨୦୨୧ ରିଖ ଶୁକ୍ରବାର ଦିନ ‘ଭାରତ ବନ୍ଦ୍’ର ଡାକରା ଦିଆଯାଇଛି । କଂଗ୍ରେସ ଦଳ ସର୍ବଦା ଚାଷୀମାନଙ୍କ ସ୍ୱାର୍ଥ ପ୍ରତି ଦୃଷ୍ଟି ଦେଇ ଆସିଛି । ସେଥିପାଇଁ ରାଜ୍ୟ ଓ ଜିଲ୍ଲା ସ୍ତରରେ କଂଗ୍ରେସ ଦଳ ଏହି ବନ୍ଦ୍କୁ ସମର୍ଥନ କରିବାକୁ ନିଷ୍ପତି ନେଇଛି ବୋଲି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି । ଏହି ଅବସରରେ କୃଷକମାନଙ୍କର ବୃହତର ହିତ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମସ୍ତ କଂଗ୍ରେସ ନେତୃବୃନ୍ଦ, ଜିଲ୍ଲା କଂଗ୍ରେସ ସଭାପତି, ଛାମୁଆ ସଂଗଠନ ଓ କର୍ମକର୍ତାମାନେ ବନ୍ଦ୍ରେ ସକ୍ରୀୟ ସହଯୋଗ ଓ ଅଂଶଗ୍ରହଣ କରି ପୂର୍ଣ୍ଣ ସଫଳ କରିବା ଲାଗି ଓଡିଶାବାସୀଙ୍କୁ ଶ୍ରୀ ପଟ୍ଟନାୟକ ବିନମ୍ର ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

seventeen + seven =