୪ ଓଡ଼ିଆ ଖେଳାଳୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ପୁରଷ୍କାର ଘୋଷଣା

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାଗ ନେଇଥିବା ୪ ଓଡ଼ିଆ ହକି ଖେଳାଳୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ପୁରଷ୍କାର ରାଶି ଘୋଷଣା କରିଛନ୍ତି । ପୁରୁଷ ହକି ଦଳରେ ସ୍ଥାନ ପାଇଥିବା ଦୁଇ ଖେଳାଳୀ ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ଅଢ଼େଇ କୋଟି ଟଙ୍କାର ପୁରଷ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ମହିଳା ଦଳର ଦୁଇ ଖେଳାଳୀ ନମିତା ଟପୋ ଏବଂ ଦୀପଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ପୁରଷ୍କାର ରାଶି ଘୋଷଣା କରିଛନ୍ତି ରାଜ୍ୟସରକାର । ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ପଦକ ଜିତିଛି । ଆଜି ୪ ଓଡ଼ିଆ ଖେଳାଳୀଙ୍କ ଘର ବାହୁଡ଼ା ହୋଇଥିବା ବେଳେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ସେମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହିସ ପୁରଷ୍କାର ରାଶି ଘୋଷଣା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 2 =