ରାଜ୍ୟରେ ଆଜି ୮୬୮୧ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୬୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୪୧୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୩୩ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୯୪୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୪୦୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ସମୟରେ ଅନୁଗୁଳ ଜିଲ୍ଲାରୁ ୪୧୯ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୧୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୮ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୫ଜଣ, ବରଗଡ଼ ଜିଲ୍ଲାରୁ ୪୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୦୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୫୯ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି କୋରାପୁଟ ଜିଲ୍ଲାରୁ ୧୧୩ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬୮ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୪ଜଣ,ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯୫ଜଣ, ପୁରୀ ଜିଲ୍ଲାରୁ ୫୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୧୦ଜଣ, ସୋନପୁର ଜିଲ୍ଲାରୁ ୯୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୪୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୭୭ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

one + 20 =