ରାଜ୍ୟରେ ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୧୩୦୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୬ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୧୦୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୩ଜଣ, କଟକ ଜିଲ୍ଲାରୁ ୫୮ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ,ବାଲେଶ୍ୱର ଜିଲ୍ଲାରୁ ୧୫୮ଜଣ, ବରଗଡ଼ ଜିଲ୍ଲାରୁ ୯୭ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି କଳାହାଣ୍ଡି ଜିଲ୍ଲାରୁ ୧୧୪ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୪ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୧ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୧୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୦୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

3 × 5 =