୨୪ ଘଣ୍ଟାରେ ୨୯୮୯ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୮୯ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୧୭୩୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୫ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ଗଜପତି ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୬୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୫୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ,ବରଗଡ଼ ଜିଲ୍ଲାରୁ ୧୨୬ଜଣ, ଭଦ୍ରକ ଜିଲ୍ଲାରୁ ୩୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୦୮ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫୧ଜଣ, ପୁରୀ ଜିଲ୍ଲାରୁ ୧୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୮ଜଣ,ସମ୍ବଲପୁର ଜିଲ୍ଲାରୁ ୧୪୮ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୩୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୯୪ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

9 + 18 =