ରାଜ୍ୟରେ ୨୪ ଘଣ୍ଟାରେ ୬୧୧୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୫୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୫୧ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୩୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ,ବାଲେଶ୍ୱର ଜିଲ୍ଲାରୁ ୧୦୨, ବରଗଡ଼ ଜିଲ୍ଲାରୁ ୨୬୨ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮୯ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୧୮ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୮୭୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ଯାଜପୁର ଜିଲ୍ଲାରୁ ୩୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨୧ଜଣ,ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୮୦ଜଣ, ସୋନପୁର ଜିଲ୍ଲାରୁ ୮ଜମ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୭୯ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

eight + fifteen =