‘ବିପର୍ଯୟ ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟ । ଆଉ ଲକଡାଉନ ସ୍ଥିତିକୁ ଫେରିବାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବାକୁ ସମସ୍ତେ ଚେଷ୍ଟା କରିବା ଉଚିତ,ସଂକ୍ରମଣ ନେଇ ସତର୍କ ହେବା ଦରକାର । କୋଭିଡ ନିୟମ ମାନିବାକୁ ଲୋକେ ଢିଲାପଣ ଦେଖାଉଛନ୍ତି । ବିଭିନ୍ନ ଦେଶ ଓ ରାଜ୍ୟରେ ସଂଖ୍ୟା ବଢିବା ପରେ ସତର୍କ ରହିବ ନିହାତି ଜରୁରୀ । ଏତେ ବିଶାଳ ଜନସଂଖ୍ୟାରେ ହର୍ଡ ଇମ୍ୟୁନିଟି ହାସଲ ସମ୍ଭବପର ନୁହେଁ, ଏହା ସମୟ ସାପେକ୍ଷ । ତେଣୁ ସତର୍କ ରହିବା ନିହାତି ଜରୁରୀ । ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ । ଦେଶର ବିଭିନ୍ନ ରାଜ୍ୟରେ ପୁଣି କରୋନାର ଦ୍ୱିତୀୟ ଲହର ଦେଖାଦେଇଛି । ମହାରାଷ୍ଟ୍ର ଓ ଗୁଜରାଟର ସୁରଟ ସମେତ କିଛି ସହରରେ ଆଜିଠାରୁ ନାଇଟକର୍ଫ୍ୟୁ ଜାରି ହୋଇଛି । କରୋନା ସଙ୍କଟ ଭିତରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିରେ ରାଜ୍ୟରେ ଟେଷ୍ଟିଂ ବଢାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି । ବିଶେଷକରି ଟେଷ୍ଟିଙ୍ଗ, ଟ୍ରାକିଙ୍ଗ ଓ ଟ୍ରିଟମେଣ୍ଟ ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆରଟି-ପିସିଆର ଟେଷ୍ଟିଂ ବଢାଇବା, ଟିକାକରଣ ଉପରେ ବି ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

nine + seven =