ବାରିପଦାରେ ପ୍ରଧାନମନ୍ତ୍ରୀ ମୋଦି

ବାରିପଦାରେ ପ୍ରଧାନମନ୍ତ୍ରୀ ମୋଦି । ତେବେ ୧୫ ଦିନ ଭିତରେ ପ୍ରଧାନମନ୍ତ୍ରୀଙ୍କର ଏହା ଦ୍ୱିତୀୟ ଗସ୍ତ । ଖୋର୍ଦ୍ଧା ସଭାରେ ପୂର୍ବାପେକ୍ଷା ନରମ ଆଭିମୁଖ୍ୟ ପୋଷଣ କରିଥିବା ପ୍ରଧାନମନ୍ତ୍ରୀ ଆଜି ବାରିପଦାରେ କି ଆଭିମୁଖ୍ୟ ଦେଖାଇବେ ତାଉପରେ ସମସ୍ତଙ୍କ ନଜର ରହିଛି । ବାରିପଦା ଛଉପଡିଆରେ ଏକ ବିଶାଳ ଜନସଭାକୁ ସମ୍ବୋଦ୍ଧିତ କରିବା ପାଇଁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବାରିପଦାରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ । ବାରିପଦାରେ ପହଞ୍ଚିବା ପରେ ମୋଦିଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି ।
ବାରିପଦାରେ ଆଜି ୪୫ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଦଘାଟନ କରିବେ ପ୍ରଧାନମନ୍ତ୍ରୀ । ତା ଭିତରେ ରହିଛି ନୂଆ ସଡକପଥ, ରେଳପଥ, ଏଲପିଜି ପାଇପ୍ ଲାଇନ୍, ନୂଆ ପାସେଂଜର ଟ୍ରେନ ଏବଂ ଏକ ଲଜିଷ୍ଟିକ୍ସ ପାର୍କ । ତିନିଟି ରାଜପଥ ପ୍ରକଳ୍ପର ଭୂମି ପୂଜା ହେବ । ରେମୁଲି-କୋଇଡା, କୋଇଡା- ରାଜାମୁଣ୍ଡା ଓ ସିଙ୍ଗରା- ବିଂଜବାହାଳ ୪ ଲେନ୍ ବିଶିଷ୍ଟ ରାଜପଥର ଶିଳାନ୍ୟାସ କରିବେ ମୋଦି । ଏହି ରାଜପଥ ପାଇଁ ୩୩୧୮ କୋଟି ଟଙ୍କାର ପୁଂଜି ନିବେଶ ହେବ । ସେହିପରି ବାଲେଶ୍ୱର- ହଳଦିଆ-ଦୁର୍ଗାପୁର ଏଲପିଜି ପାଇପ୍ ଲାଇନର୍ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ୧୦୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି ।
ସେହିପରି ୨ଟି ରେଳ ଲାଇନ ମଧ୍ୟ ଲୋକାର୍ପିତ କରିବେ ମୋଦି । ବାଲେଶ୍ୱରଠାରେ ନିର୍ମିତ ମଲ୍ଟି ମୋଡାଲ ଲଜିଷ୍ଟିକ୍ସ ପାର୍କର ମଧ୍ୟ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏହାସହ ଭଦ୍ରକ, କଟକ, ଆସ୍କା, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝରଠାରେ ନୂଆ ପାସପୋର୍ଟ ସେବା କେନ୍ଦ୍ର ଖୋଲିବ । ବାରିପଦା ଗସ୍ତ ଅବସରରେ ମୋଦି ହରିପୁରଗଡ ଠାରେ ଥିବା ରସିକରାୟ ମନ୍ଦିର ଓ ଖନନ କରାଯାଇଥିବା ଢାଂଚାର ସଂରକ୍ଷଣ ଏବଂ ବିକାଶ ପ୍ରକଳ୍ପକୁ ଉଦଘାଟନ କରିବେ ।

Share

Leave a Reply

Your email address will not be published. Required fields are marked *

fifteen + four =