ଆସନ୍ତା ୧୫ରେ ପୁଣି ଓଡିଶା ଆସୁଛନ୍ତି ମୋଦି

ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଲାଙ୍ଗିର ଗସ୍ତ । ଏ ନେଇ ବିଜେପି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଦଳାୟ କର୍ମୀମାନେ ଘର ଘର ବୁଲି ଲୋକଙ୍କୁ ନିମନ୍ତ୍ରଣ ପତ୍ର ବାଣ୍ଟୁଛନ୍ତି । ଏହାସହ ଦଳ ତରଫରୁ ଏକ ପ୍ରସ୍ତୁତି ବୈଠକ ମଧ୍ୟ ଅନୁଷ୍ଠିତ ହୋଇ ଯାଇଛି ।
ଏଥିରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂଦେଓ, ପଦ୍ମପୁର ବିଧାୟକ ପ୍ରଦୀପ ପରୋହିତଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ । ଆଗାମୀ ଦିନରେ ଦଳ ଆହୁରି ମଜମୁତ ହେବ ବୋଲି ବିଜେପି କହିଛି । ଏପଟେ ମୋଦିଙ୍କ ଗସ୍ତର କିଛି ପ୍ରଭାବ ପଡିବ ନାହିଁ ବୋଲି କହିଛି ବିଜେଡି ।

Share

Leave a Reply

Your email address will not be published. Required fields are marked *

one × 5 =