ପୋଲସରା ଘଟଣା,୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ() ପୋଲସରାରେ ପାଳ ଗଦାରେ ଘର କରି ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ, ଗତକାଲି ସକାଳେ ପାଳ ଘର କରି ଖେଳୁଥିବା ବେଳେ ପାଳଗଦାରେ ନିଆଁ ଲାଗି ୪ ଶିଶୁ ଗୁରୁତର ହୋଇପଡିଥିଲେ । ଗୁରୁତର ଚାରି ପିଲାଙ୍କ ମଧ୍ୟରେ ତିନି ଜଣ ପୁଅ ଜଣେ ଝିଅ ଥିଲା । ପାଳଗଦାରେ ନିଆଁ କିଭଳି ଲାଗିଲା ସେ ନେଇ କିଛି ସ୍ପଷ୍ଟ କାରଣ ଜଣାପଡିନାହିଁ । ସମସ୍ତ ପିଲାଙ୍କ ବୟସ ୭ରୁ ୯ ବର୍ଷ ମଧ୍ୟରେ ହୋଇଥିବା ସୂଚନା । ପାଳଗଦା ନିଆଁରୁ ଆହତଙ୍କ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ଯୋଗାଇବାକୁ ହସ୍ପିଟାଲ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

three × four =