ଭୁବନେଶ୍ୱରରେ ପହଞ୍ଚିଲେ ପ୍ରମୋଦ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ପାରାଲିମ୍ପିଆନ ପ୍ରମୋଦ ଭଗତ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ନିକଟରେ ଜାପାନର ରାଜଧାନୀ ଟୋକିଓରେ ଅନୁଷ୍ଠିତ ହୋଇଥିବା ପାରାଲିମ୍ପିକ୍ସରେ ଭାରତ ପକ୍ଷରୁ ସ୍ୱର୍ଣ୍ଣ ପଦକ ଜିତିଥିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ପ୍ରମୋଦ ।ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ପୁୂରସ୍କାର ରାଶି ମଧ୍ୟ ଘୋଷଣା କରାଯାଇଛି । ତେବେ ଆଜି ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନବନ୍ଦରରେ ତାଙ୍କୁ ଦେଖିବା ଲାଗି ଲାଗିଛି ପ୍ରବଳ ଲୋକଙ୍କ ଭିଡ଼ ।

Share

Leave a Reply

Your email address will not be published. Required fields are marked *

seventeen − 7 =