ପ୍ରଶାନ୍ତ ମୁଦୁଲିଙ୍କୁ କରୋନା

ଭୁବନେଶ୍ୱର() ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ପ୍ରତ୍ୟେକ ଦିନ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ବିଧାୟକ, ସାଂସଦଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × five =