ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ, ଆଜି ଶ୍ରୀମନ୍ଦିର କରାଗଲା ସାନିଟାଇଜ୍‌

ପୁରୀ: ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ । ଆଜି ସଟଡାଉନ୍‌ ଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ୍‌ କରାଯାଇଛି। ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିଛନ୍ତି ଅଗ୍ନିଶମ ବିଭାଗ । ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର ଚାରିଦ୍ୱାର, ଜୋତା ଷ୍ଟାଣ୍ଡ,ବ୍ୟାରିକେଡ୍‌ ଓ ଅନ୍ୟାନ୍ୟ ସବୁ ସ୍ଥାନକୁ ବିଶୋଧନ କରାଯାଇଛି । ଶ୍ରୀମନ୍ଦିରରେ ପ୍ରତିଦିନ ମହାପ୍ରଭୁଙ୍କ ଦୈନନ୍ଦିନ ସେବା,ପୂଜା କରୁଥିବା ସେବାୟତଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ସାନିଟାଇଜ କରାଯାଇଛି।

Share

Leave a Reply

Your email address will not be published. Required fields are marked *

5 × 4 =