ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର :  ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ଦେହାନ୍ତ । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ପରଲୋକ ହୋଇଛି ।

୪୭ବର୍ଷୀୟ ପ୍ରଶାନ୍ତ ମହାପାତ୍ର ଜଣେ ବେଶ୍ ଜଣାଶୁଣା ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ ଥିଲେ । ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ ପ୍ରଶାନ୍ତ। କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ସକାଳେ ତାଙ୍କର ପରଲୋକ ହୋଇଯାଇଛି ।

Share

Leave a Reply

Your email address will not be published. Required fields are marked *

18 + two =