୪ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର() ଆସନ୍ତା ୪/୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବାକୁ ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ମଧ୍ୟ କରାଯାଇଛି । କେନ୍ଦ୍ରର ନିଦେ୍ର୍ଧଶକ ଏଚଆର ବିଶ୍ୱାସ କହିଛନ୍ତି ଯେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେ଼ଙ୍କାନାଳ କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ ।

Share

Leave a Reply

Your email address will not be published. Required fields are marked *

19 + 11 =