ଆଜିଠୁ ପ୍ରବଳ ବର୍ଷିବ, ସତର୍କ ରୁହ ଏହି ସବୁ ଜିଲ୍ଲା

ଭୁବନେଶ୍ୱର() ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଉପକୂଳରେ ଘନୀଭୂତ ହେବ। ପ୍ରଭାବରେ ୧୨ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଆଜି ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ପରାମର୍ଶ ଦିଆଯାଇଛି। ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ସହ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି। ଆସନ୍ତା ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡ଼ିଶାର ଅନ୍ୟ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରାଯାଇଛି।

Share

Leave a Reply

Your email address will not be published. Required fields are marked *

two + eighteen =