୨୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଆସନ୍ତା ୧୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରର ଆନ୍ଧ୍ରପ୍ରଦେଶ ଉପକୂଳ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଶୁକ୍ରବାର ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏନେଇ ୨୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି କୁହାଯାଇଛି ।

Share

Leave a Reply

Your email address will not be published. Required fields are marked *

2 × 5 =