ସତର୍କ ରୁହ ଏହି ସବୁ ଜିଲ୍ଲା

ଭୁବନେଶ୍ୱର() ରାଜ୍ୟ ବର୍ତ୍ତମାନ ପାଗ ଶୁଖିଲା ଥିବା ବେଳେ ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ପଶଚିମ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଜିଲ୍ଲା ଗୁଡ଼ିକ ମାଲକାନଗିରି, ଗଜପତି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି । ୧୫ତାରିଖରେ ପାଗ ଶୁଖିଲା ରହିବା ସହ ୧୬ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଦେଖା ଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

sixteen + eighteen =