ଏହି ୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୪ଟି ଜିଲ୍ଲାଗୁଡିକ ହେଉଛି- ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ରାୟଗଡା । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

3 × 4 =