୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ୧୮ଟି ଜିଲ୍ଲାରେ ଅଧିକ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସୁନ୍ଦରଗଡ,ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡରେ ବର୍ଷା ହେବ । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଝଡବର୍ଷାକୁ ଆଖିରେ ରଖି ଆଜି ଓ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଠାରୁ ୨୯ ତାରିଖ ପର୍ୟ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତକ ସ୍ଥାନରେ ଘନ କୁହୁଡି ଲାଗି ରହିବ ।

Share

Leave a Reply

Your email address will not be published. Required fields are marked *

four + 14 =